ଦନ୍ତା ହାତୀର ମୃତଦେହ ଉଦ୍ଧାର

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ବଡ଼ରମା ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି । ବଡ଼ରମା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ କଣିବନ୍ଧଳି ଖଡିଆପଡା ନିକଟରେ ଏକ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମଧ୍ୟ ନିଜ ନିଜ ଭିତରେ ଆକ୍ରମଣ କରି ହାତୀର ମୃତ୍ୟୁ ହୋଇଥିବା ବନ ବିଭାଗ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି ।
ସୂଚନା ଯେ, ଗୁରୁବାର ସକାଳେ ହାତୀର ମୃତଦେହ କିଛି ଗ୍ରାମବାସୀ ଦେଖିବା ପରେ ବନ ବିଭାଗକୁ ସୂଚନା ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି ।