କାଳବୈଶାଖୀ ପରେ ପୁନରୁଦ୍ଧାର କାର୍ଯ୍ୟ ଶୀଘ୍ର ଓ ତୁରନ୍ତ ସମାଧାନ କର : ମୁଖ୍ୟ ଶାସନ ସଚିବ
ତୁରନ୍ତ ବିଦ୍ୟୁତ ସମସ୍ୟା ସମାଧାନ କରିବା ସହ ଲୋକଙ୍କ କଲ୍ ରିସିଭ୍ କର
କଣ୍ଟ୍ରୋଲ ରୁମ୍କୁ ଆସୁଥିବା ଅଭିଯୋଗକୁ ଗୁରୁତ୍ଵ ଦେଇ ବିଦ୍ୟୁତ ଯୋଗାଇବାକୁ ନିର୍ଦ୍ଦେଶ
ଭୁବନେଶ୍ବର : ରାଜ୍ୟରେ ବିଜୁଳି ସମସ୍ୟା ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକ ଶେଷ । ବୈଠକରେ ବିଜୁଳି ବିଭ୍ରାଟ ନେଇ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି । ବିଶେଷ କରି କାଳବୈଶାଖୀ ପରେ ପୁନରୁଦ୍ଧାର କାର୍ଯ୍ୟ କିପରି ଶୀଘ୍ର ହୋଇ ପାରିବ ଏବଂ ଯେଉଁଠି ବିଦ୍ୟୁତ ସମସ୍ୟା ହେଉଛି ତାକୁ ତୁରନ୍ତ ସମାଧାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି ।
କଣ୍ଟ୍ରୋଲ ରୁମ୍କୁ ଆସୁଥିବା ଅଭିଯୋଗକୁ ଗୁରୁତ୍ଵ ଦେଇ ବିଦ୍ୟୁତ ଯୋଗାଇବାକୁ ନିର୍ଦ୍ଦେଶ । ବିଦ୍ୟୁତ କାଟ୍ ସମସ୍ୟାକୁ ଦୂର ପାଇଁ ତତ୍କାଳ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ । ଶକ୍ତି ବିଭାଗ ଓ ବିତରଣ କମ୍ପାନୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଶକ୍ତି ବିଭାଗ ଓ ବିତରଣ କମ୍ପାନୀ ମଧ୍ୟରେ ସମନ୍ବୟ ରକ୍ଷା କରି ବିଦ୍ୟୁତ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ସବ ଷ୍ଟେସନ ଓ ଷ୍ଟେସନ ସହ ଯୋଗାଯୋଗ କରି ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଇବାକୁ ନିର୍ଦ୍ଦେଶ । ସୋସିଆଲ ମିଡ଼ିଆରେ ଆସୁଥିବା ଅଭିଯୋଗକୁ ଗୁରୁତର ସହ ନେଇ ଯଥାଶୀଘ୍ର ସମାଧାନ କରିବାକୁ ନେଇ ନିର୍ଦ୍ଦେଶ । ଲୋକଙ୍କ କଲ୍ ଆସିଲେ ଆଟେଣ୍ଡ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।