ଆର୍ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ମିଳିଲା ଜାମିନ
ରାଂଚି: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି । ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜାମିନ ପ୍ରଦାନ କଲେ ଝାଡ଼ଖଣ୍ଡ ହାଇକୋର୍ଟ । ସ୍ୱାସ୍ଥ୍ୟଗତ ସମସ୍ୟା ଆଧାରରେ ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି । ତେବେ ଏଥିପାଇଁ ୧୦ ଲକ୍ଷ ଟଙ୍କା ଜରିମାନା ଓ ୧ ଲକ୍ଷର ବେଲ୍ ବଣ୍ଡ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ଲାଲୁଙ୍କ ଓକିଲ । ଜାମିନ ମିଳିବା ପରେ ଖୁବ୍ଶୀଘ୍ର ଜେଲରୁ ମୁକୁଳିବେ ଲାଲୁ ପ୍ରସାଦ । ଗତ ଫେବ୍ରୁଆରି ୨୧ରେ ସିବିଆଇ ସ୍ୱତନ୍ତ୍ର କୋର୍ଟ ଲାଲୁଙ୍କୁ ୫ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ ।
ଲାଲୁ ଯାଦବ ବିହାରର ମୁଖ୍ୟମନ୍ତ୍ରୀ ଥିବା ବେଳେ ବେଆଇନ ଭାବେ ଡୋରଣ୍ଡା ଟ୍ରେଜେରୀରୁ ୧୩୯.୫ କୋଟି ଟଙ୍କା ଉଠାଣ କରିଥିଲା । ଗୋ-ଖାଦ୍ୟ ଦୁର୍ନୀତିର ଏହା ଏକ ଅଂଶବିଶେଷ । ପୂର୍ବରୁ ଗୋ-ଖାଦ୍ୟ ଦୁର୍ନୀତି ସହ ଜଡ଼ିତ ଆଉ ୪ଟି ମାମଲାରେ ଲାଲୁ ଦୋଷୀ ସାବ୍ୟସ୍ତ ହୋଇ ଜେଲଦଣ୍ଡ ଭୋଗିଛନ୍ତି । ନିକଟରେ ଅସୁସ୍ଥତା କାରଣରୁ ତାଙ୍କୁ ଜାମିନ ମିଳିଥିଲା । ଫେବୃଆରୀ ୧୫ରେ ଲାଲୁ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କୁ ପାଟନାରୁ ରାଂଚ ଜେଲ ହସ୍ପିଟାଲକୁ ନିଆ ଯାଇଥିଲା । ସେ ଏବେ ସେହିଠାରେ ହିଁ ରହିଛନ୍ତି । ପୂର୍ବରୁ ଲାଲୁ ଦୋଷୀ ସାବ୍ୟସ୍ତ ହୋଇଥିବା ୪ଟି ଗୋଖାଦ୍ୟ ଦୁର୍ନୀତି ମାମଲାରେ ତାଙ୍କୁ କୋର୍ଟ ପ୍ରାୟ ୧୪ ବର୍ଷର ଜେଲ୍ ଦଣ୍ଡରେ ଦଣ୍ଡିତ କରିଥିଲେ । ଏଥିସସ ତାଙ୍କ ଉପରେ ଏକ କୋଟି ଟଙ୍କାର ଜୋରିମାନା ମଧ୍ୟ ଲାଗୁ କରାଯାଇଥିଲା । ଏବେ ଡୋରାଣ୍ଡା ଟ୍ରେଜେରୀରୁ ୧୩୯.୩୫ କୋଟି ଟଙ୍କା ହେରଫେର ମାମଲାରେ ରାଂଚିର ସିବିଆଇ କୋର୍ଟ ତାଙ୍କୁ ୫ ବର୍ଷର ଜେଲଦଣ୍ଡ ଦେଇଛନ୍ତି । ଏହି ମାମଲାରେ ଲାଲୁଙ୍କୁ ମିଶାଇ ପ୍ରାୟ ୧୭୦ ଜଣ ଅଭିଯୁକ୍ତ ଥିଲେ । କିନ୍ତୁ ଶୁଣାଣି ସମୟରେ ୫୫ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି । ୭ ଜଣ ସରକାରୀ ସାକ୍ଷୀ ହୋଇଯାଇ ଥିବା ବେଳେ ୬ ଜଣ ଏଯାଏ ଫେରାର ଅଛନ୍ତି । ସେହିପରି ୨ ଜଣ ସେମାନଙ୍କ ଦୋଷ ସ୍ୱୀକାର କରି ସାରିଛନ୍ତି । ଲାଲୁଙ୍କୁ ମିଶାଇ ବାକି ୯୯ ଜଣଙ୍କୁ କୋର୍ଟ ଗତ ସପ୍ତାହରେ ଦୋଷୀ ସାବ୍ୟସ୍ତ କରିଥିଲେ । ୨୦୦୧ରେ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ପକ୍ଷରୁ ଚାର୍ଜଶିଟ ଦାଖଲ କରାଯାଇଥିଲା ଓ ୨୦୦୫ରେ ଚାର୍ଜଫ୍ରେମ କରାଯାଇଥିଲା ।