ବୁଲା ଗାଈକୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ଲଷ ଟଙ୍କା ସହାୟତା
ଭୁବନେଶ୍ୱର : କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ୫ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏସିମାନଙ୍କୁ ୬୦ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି ।
ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ୧୦ହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ୫ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।