ସମ୍ବଲପୁର ବିଶ୍ୱବିଦ୍ୟାଳୟ ଆଜିଠୁ ୫ ଦିନ ବନ୍ଦ

ସମ୍ବଲପୁର : ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୫ ଦିନ ବନ୍ଦ ରହିବ ସମ୍ବଲପୁର ବିଶ୍ୱବିଦ୍ୟାଳୟ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୀବ ମିତ୍ତଲ । ସମ୍ବଲପୁର ବିଶ୍ୱବିଦ୍ୟାଳୟର ବିଭିନ୍ନ ପିଜି ବିଭାଗରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ତେବେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟର ସମସ୍ତ କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ନୋଟିସରେ ବିଶ୍ୱବିଦ୍ୟାଳୟ କୁଳପତି ଉଲ୍ଲେଖ କରିଛନ୍ତି ।