ଆଜି ପୃଥିବୀ ନିକଟତର ହେବ ଶନି ଗ୍ରହ
![](https://thetruths.in/wp-content/uploads/2021/08/Saturn-Earth.jpg)
- ଖାଲି ଆଖିରେ ସାଧାରଣ ଦିନ ତୁଳନାରେ ଅଧିକ ଉଜ୍ଜଳ ଦେଖାଯିବ
ନୂଆଦିଲ୍ଲୀ : ଆଜି ପୃଥିବୀର ନିକଟତର ହେବ ଶନି ଗ୍ରହ । ମହାକାଶରେ ଶନି ଗ୍ରହ ଆକର୍ଷଣୀୟ ଭାବେ ଦୃଶ୍ୟମାନ ହେବ। ସୂର୍ଯ୍ୟ ଚାରିପଟେ ଶନି ଏବଂ ପୃଥିବୀ ସେମାନଙ୍କର କକ୍ଷପଥରେ ଘୂରି ବୁଲିବା ବେଳେ ସୋମବାର ସେମାନେ ପରସ୍ପରର ସବୁଠାରୁ ଅଧିକ ନିକଟତର ହେବେ। ଫଳରେ ଖାଲି ଆଖିରେ ସାଧାରଣ ଦିନ ତୁଳନାରେ ଅଧିକ ଉଜ୍ଜଳ ଦେଖାଯିବା ସହ ଏହାର ବଳୟ ଏବଂ ଉପଗ୍ରହ ସାଧାରଣ ଦୂରବୀକ୍ଷଣ ଦ୍ୱାରା ସୁନ୍ଦର ଦେଖାଯାଉଛି । ଆଜି ସୂର୍ଯ୍ୟ ଅସ୍ତ ହେବା ସହ ଶନି ଗ୍ରହ ପୂର୍ବ ଦିଗବଳୟରେ ଉଦୟ ହୋଇ ଧୀରେ ଧୀରେ ପଶ୍ଚିମ ଦିଗକୁ ଗତିକରି ୧୨ ଘଣ୍ଟା ପରେ ଅର୍ଥାତ୍ ଭୋର ସମୟରେ ଅସ୍ତ ହେବ। ମେଘ ମୁକ୍ତ ପରିଷ୍କାର ଆକାଶରେ ଅଗଷ୍ଟ ମାସ ପ୍ରତି ରାତିରେ ସନ୍ଧ୍ୟା ଠାରୁ ସକାଳ ଯାଏଁ ଶନି ସହ ବୃହସ୍ପତି ଖାଲି ଆଖିରେ ଦେଖାଯିବ।
ପୃଥିବୀଠାରୁ ଶନିର ଦୂରତା କ୍ରମାଗତ ଭାବରେ ବଦଳିଥାଏ। କାରଣ ଦୁଇଟି ଗ୍ରହ କ୍ରମାଗତ ଭାବରେ ବିଭିନ୍ନ ଗତିରେ ସୂର୍ଯ୍ୟ ଚାରିପଟେ ସେମାନଙ୍କର କକ୍ଷପଥରେ ଯାତ୍ରା କରନ୍ତି। ପୃଥିବୀ ସୂର୍ଯ୍ୟ ଚାରିପଟେ ଥରେ ଘୂରିବାକୁ ୩୬୫ ଦିନ ବା ଏକ ବର୍ଷ ସମୟ ନେଉଥିଲାବେଳେ ଶନି ସୂର୍ଯ୍ୟ ଚାରିପଟେ ଥରେ ଘୂରିବାକୁ ୨୯.୫ ବର୍ଷ ସମୟ ନିଏ। ତେଣୁ ପ୍ରତି ଏକ ବର୍ଷ ଏବଂ ୧୩ ଦିନରେ ଶନି ଏବଂ ପୃଥିବୀ ନିକଟତର ହୋଇଥାନ୍ତି ଓ ଗ୍ରହ ଦୁଇଟି ସୂର୍ଯ୍ୟର ଗୋଟିଏ ପଟରେ ରୁହନ୍ତି। ଶନି ଓ ସୂର୍ଯ୍ୟ ମଝିରେ ପୃଥିବୀ ରହିଥାଏ। ସେ ସମୟରେ ପୃଥିବୀ ଓ ଶନିର ହାରାହାରି ଦୂରତା ୧୨୦ କୋଟି କିମି ରହିବ। ଯାହା ସୂର୍ଯ୍ୟ ଠାରୁ ପୃଥିବୀ ଦୂରତାର ପ୍ରାୟ ୮ ଗୁଣ ଅଧିକ। ଚଳିତ ବର୍ଷ ଏହା ଅଗଷ୍ଟ ୨ ତାରିଖ ରାତିରେ ଭାରତୀୟ ସମୟ ଦିନ ୧୧ଟା ୩୦ରେ ଏହା ଘଟିବ। ଅନ୍ୟପକ୍ଷରେ ଆଉ ୬ ମାସ ପରେ ପୃଥିବୀ ସୂର୍ଯ୍ୟର ପଛ ପାଖକୁ ଚାଲିଗଲେ ପୃଥିବୀ ଓ ଶନିର ସର୍ବାଧିକ ଦୂରତା ୧୭୦ କୋଟି କିମି ରହିବ। ଯାହା ସୂର୍ଯ୍ୟ ଠାରୁ ପୃଥିବୀ ଦୂରତାର ପ୍ରାୟ ୧୧ ଗୁଣ ଅଧିକ। ୨୦୨୦ ମସିହା ଜୁଲାଇ ୨୦ରେ ଶନି ପୃଥିବୀର ନିକଟତର ହୋଇଥିଲା ଏବଂ ଆଗାମୀ ୨୦୨୨ ମସିହା ଅଗଷ୍ଟ ୧୪ ତାରିଖରେ ଏପରି ଘଟିବ। ଅଗଷ୍ଟ ୨ ତାରିଖ ଦିନ ସୂର୍ଯ୍ୟାସ୍ତ ହେବା ସହ ଶନି ଗ୍ରହ ପୂର୍ବ ଦିଗବଳୟରେ ଉଦୟ ହୋଇ ଧୀରେ ଧୀରେ ପଶ୍ଚିମ ଦିଗକୁ ଗତିକରି ୧୨ ଘଣ୍ଟା ପରେ ଅର୍ଥାତ୍ ଭୋର ସମୟରେ ଅସ୍ତ ହେବ। ମେଘ ମୁକ୍ତ ପରିଷ୍କାର ଆକାଶରେ ଅଗଷ୍ଟ ମାସ ପ୍ରତି ରାତିରେ ସଂଧ୍ୟା ଠାରୁ ସକାଳ ଯାଏ ଶନି ସହ ବୃହଷ୍ପତି ଖାଲି ଆଖିରେ ଦେଖାଯିବ। ସୂଚନା ଯେ, ପୃଥିବୀଠାରୁ ଶନିର ଦୂରତା କ୍ରମାଗତ ଭାବେ ବଦଳିଥାଏ। ପ୍ରତି ଏକ ବର୍ଷ ଏବଂ ୧୩ ଦିନରେ ଶନି ଏବଂ ପୃଥିବୀ ନିକଟତର ହୋଇଥାନ୍ତି ଓ ଗ୍ରହ ଦୁଇଟି ସୂର୍ଯ୍ୟର ଗୋଟିଏ ପଟରେ ରୁହନ୍ତି। ୨୦୨୦ ମସିହା ଜୁଲାଇ ୨୦ରେ ଶନି ପୃଥିବୀର ନିକଟତର ହୋଇଥିଲା ଓ ଆଗାମୀ ୨୦୨୨ ମସିହା ଅଗଷ୍ଟ ୧୪ ତାରିଖରେ ଏପରି ଘଟିବ ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି।