ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗୀତା
ବାଲେଶ୍ୱର : ବାଲେଶ୍ୱର ସହର ସ୍ଥାନୀୟ ପୋଲିସ ହାଇସ୍କୁଲରେ ବିଶ୍ୱ ପର୍ଯ୍ୟଟନ ଦିବସ ଉପଲକ୍ଷେ ଓଡ଼ିଶା ସରକାରଙ୍କ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଜିଲାସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା ।
ଆୟୋଜିତ ବିଦ୍ୟାଳୟସ୍ତରୀୟ ପ୍ରତିଯୋଗୀତାରେ ସେଣ୍ଟ ଭିନ୍ସେଣ୍ଟ କନଭେଣ୍ଟ ସ୍କୁଲର ରିତିଶା ବର୍ଦ୍ଧନ ଓ ଅରୂବା ପାତ୍ର ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ମହାବିଦ୍ୟାଳୟସ୍ତରୀୟ ପ୍ରତିଯୋଗୀତାରେ କେକେଏସ୍ ମହିଳା ମହାବିଦ୍ୟାଳୟର ଭାରତୀ ସାସମଲ ଓ ପୂଜା ପାତ୍ର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ରଙ୍କୁ ପ୍ରମାଣପତ୍ର ସହ ଅର୍ଥରାଶି ପୁରସ୍କାର ସ୍ୱରୂପ ପ୍ରଦାନ କରାଯାଇଥିଲା । ମହାବିଦ୍ୟାଳୟସ୍ତରୀୟ ପ୍ରତିଯୋଗୀତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀ ଦ୍ୱୟଙ୍କୁ ପର୍ଯ୍ୟଟନ ବିଭାଗ ତରଫରୁ ଚିଲିକା ଭ୍ରମଣର ସୂଯୋଗ ଦେବା ପାଇଁ ଘୋଷଣା କରାଯାଇଥିଲା । କାର୍ଯ୍ୟକ୍ରମକୁ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟର ସହକାରୀ ନିର୍ଦ୍ଦେଶକ ଗଗନ କୁମାର ସାହୁଙ୍କ ପୌରହିତ୍ୟରେ ଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସହଯୋଗରେ ସୂଚାରୁ ରୂପେ ପରିଚାଳନା କରାଯାଇଥିଲା ।