ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ : ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆଗକୁ ତାତି ଆହୁରି ବଢିବ। ଏହାକୁ ନଜରରେ ରଖାଯାଇ ଆସନ୍ତା ଏପ୍ରିଲ ୨ ତାରିଖରୁ ରାଜ୍ୟରେ ସକାଳୁଆ ସ୍କୁଲ ହେବ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିବା ସେ କହିଛନ୍ତି ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ସକାଳ ୬ଟା ୩୦ରୁ ୧୦ଟା ଯାଏଁ ପାଠପଢ଼ା ହେବ। ସେହିଭଳି ସକାଳ ୭ଟାରୁ ୧୧ଟା ପର୍ୟ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କର କ୍ଲାସ୍ ହେବ ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ଦାଶ।