୨୨ରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୨ ତାରିଖରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ପ୍ରଦାନ କରିଛନ୍ତି । ଚଳିତ ବର୍ଷ ସାଢ଼େ ୩ ଲକ୍ଷ ପିଲା ନାମ ଲେଖାଇଥିବା ନେଇ ସୂଚନା ମିଳିଛିି ।
ତେବେ କରୋନା ସଂକ୍ରମଣ ପାଇଁ ଦୀର୍ଘ ୨ ବର୍ଷରୁ ଉର୍ଦ୍ଧ ହେବ ବନ୍ଦ ରହିଥିବା ଯୁକ୍ତ୨ ପରୀକ୍ଷା ଚଳିତଥର ଅଫ୍ ଲାଇନ୍ରେ ହୋଇଥିଲା ।
ଯେଉଁଥିରେ ମୋଟ୍ ୩ ଲକ୍ଷ ୨୧ ହଜାର ୫୦୮ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ। ଏଥିମଧ୍ୟରୁ କଳାରେ କେବଳ ୨ଲକ୍ଷ ୧୩ ହଜାର ୪୩୨ ଜଣ ପରୀକ୍ଷାର୍ଥୀ ପରିକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ମଧ୍ୟ ୨୪ ହଜାରରୁ ଅଧିକ ଛାତ୍ରଛାତ୍ରୀ ରହିଥିଲେ। ସେହିପରି ବିଜ୍ଞାନରେ ୧ ଲକ୍ଷରୁ ଊଦ୍ଧ୍ୱର୍ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ସୂଚନା ମିଳିଥିଲା । ଏଥିନେଇ ୧୦୩୩ ଟି ପରୀକ୍ଷାକେନ୍ଦ୍ର ସ୍ଥାପନ କରାଯାଇଥିଲା । ପ୍ରଶ୍ନ ପତ୍ର ଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ୨୦୨ଟି ନୋଡାଲ ସେଣ୍ଟର ମଧ୍ୟ ସ୍ଥାପନ କରାଯାଇଥିଲା । ପରୀକ୍ଷା କେନ୍ଦ୍ରଗୁଡ଼ିକରେ ଛାତ୍ରଛାତ୍ରୀମାନଙ୍କ ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଥିଲା । ସେହିପରି କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାର୍ଡର ବ୍ୟବସ୍ଥା ମଧ୍ୟ କରାଯାଇଥିବା ପରିଷଦ ପକ୍ଷରୁ ସୂଚନା ଦିଆଯାଇଥିଲା ।