ଆଜିଠୁ ୪ ମାସ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ
ବାରିପଦା : ଆଜିଠୁ ୪ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ବନ୍ଦ ରହିବ ଶିମିଳିପାଳ। ଶିମିଳିପାଳକୁ ପ୍ରବେଶ କରାଯାଉଥିବା ଶ୍ୟାମାଖୁଣ୍ଟା ବ୍ଲକ ପୀଠାବଟା ଫାଟକ ସମେତ ଯଶୀପୁର ବ୍ଲକ କାଳିଆଣି ଫାଟକ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ। ଏହି ସୂଚନା ଦେଲେ ଉତ୍ତର ଶିମିଳିପାଳ ବନାଞ୍ଚଳ ବନଖଣ୍ଡ ଏସିଏଫ।
ସୂଚନା ଯେ, ତେବେ ପ୍ରତିବର୍ଷ ବର୍ଷା ଋତୁ ପାଇଁ ଜୁନ୍ ୧୬ରୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ଶିମିଳିପାଳ ବନ୍ଦ କରାଯାଇଥାଏ। ସାଧାରଣତଃ ବର୍ଷା ଋତୁରେ ଅଭୟାରଣ୍ୟର ରାସ୍ତାଘାଟ ଧୋଇଯାଇ ବିପଦ ଶଙ୍କୁଳ ଅବସ୍ଥାରେ ରହିଥାଏ। ତେଣୁ ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ସାମୟିକ ବନ୍ଦ କରାଯାଇଥାଏ । ଏହି ସାଢେ ଚାରି ମାସ ମଧ୍ୟରେ ଅଭୟାରଣ୍ୟ ଭିତରେ ରାସ୍ତା ସମେତ ଭିଭିନ୍ନ ଭିତ୍ତିଭୂମିର ମରାମତି ମଧ୍ୟ ହୋଇଥାଏ ।