ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି; ଆଉ ୯୬ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି । ରାଜ୍ୟରେ କରୋନା ଗ୍ରାଫ୍ ଉପରତଳ ହେଉଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୫,୭୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ନୂତନ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ଜଣେ ଥିବାବେଳେ ବାଲେଶ୍ୱରରୁ ୪ଜଣ, ବରଗଡ଼ରୁ ୮ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨୧ଜଣ, ବୌଦ୍ଧରୁ ୨ଜଣ, କଟକରୁ ୨୦ଜଣ, ଦେଓଗଡ଼ରୁ ୨ଜଣ, ଢେଙ୍କାନାଳରୁ ୨ଜଣ, ଗଜପତିରୁ ୬ଜଣ, ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୬ଜଣ, କଳାହାଣ୍ଡିରୁ ୨୩ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡ଼ାରୁ ୫ଜଣ, ଖୋର୍ଦ୍ଧାରୁ ୬୩ଜଣ, କୋରାପୁଟରୁ ୨ଜଣ, ମୟୁରଭଞ୍ଜରୁ ୧୭ଜଣ, ନବରଙ୍ଗପୁରରୁ ୭ଜଣ, ନୟାଗଡ଼ରୁ ୭ଜଣ, ନୂଆପଡ଼ାରୁ ୬ଜଣ, ପୁରୀରୁ ୩ଜଣ, ରାୟଗଡ଼ାରୁ ୩ଜଣ, ସମ୍ବଲପୁରରୁ ୧୩ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୪୪ଜଣ ଓ ରାଜ୍ୟ ପୁଲ୍ରୁ ୧୫ଜଣ ରହିଛନ୍ତି ।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୨୫,୭୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨,୧୯୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩,୧୪,୩୪୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩,୩୦,୬୭,୨୯୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।