ରାଜ୍ୟରେ ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି; ଆଉ ୪୮୨ ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର : ରାଜ୍ୟରେ କୋରୋନା ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୦୮ ଜଣ ହେଉଛନ୍ତି ୧୮ ବର୍ଷରୁ କମ ବୟସ୍କ । ସଙ୍ଗରୋଧ କେନ୍ଦ୍ରରୁ ୨୮୩ ଓ ସ୍ଥାନୀୟ ଅଞ୍ଚଳରୁ ୧୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧, ବାଲେଶ୍ବରରୁ ୯, ବରଗଡ଼ରୁ ୯, ଭଦ୍ରକରୁ ୨, ବଲାଙ୍ଗୀରରୁ ୨୪, ବୌଦ୍ଧରୁ ୩୭, କଟକରୁ ୧୬ , ଦେବଗଡ଼ରୁ ୪ , ଗଜପତିରୁ ୬ , ଜଗତସିଂହପୁରରୁ ୨, ଯାଜପୁରରୁ ୧୦, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୧୦, ଖୋର୍ଦ୍ଧାରୁ ୭୧, କୋରାପୁଟରୁ ୫, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୨୭, ନୟାଗଡ଼ରୁ ୧୧, ନୂଆପଡ଼ାରୁ ୧୭, ପୁରୀରୁ ୫ , ରାୟଗଡ଼ାରୁ ୫, ସମ୍ବଲପୁରରୁ ୨୬, ସୋନପୁରରୁ ୭ ଓ ଷ୍ଟେଟ୍ପୁଲ୍ରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ସକ୍ରିୟ ମାମଲା ୨ ହଜାର ୯୦୯ ରହିଛି।