ସାମ୍ବାଦିକଙ୍କ ପାଇଁ ସ୍ୱତନ୍ତ୍ର ଟିକାଦାନ କାର୍ଯ୍ୟକ୍ରମ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ଆଗଧାଡିର କୋଭିଡ୍ ଯୋଦ୍ଧା ଭାବେ ଘୋଷଣା କରାଯାଇଛି । ଏହି ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଗୋପବନ୍ଧୁ କାର୍ଯ୍ୟରତ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାରେ ଅନ୍ତର୍ଗୁକ୍ତ ସ୍ୱାସ୍ଥ୍ୟବୀମା କାର୍ଡଧାରୀ ସାମ୍ବାଦିକମାନଙ୍କୁ ଟିକା ଦିଆଯାଇଛି । ଭୁବନେଶ୍ୱର ୟୁନିଟ୍ ୬ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିସରରେ ଆୟୋଜିତ ଟିକାଦାନ କାର୍ଯ୍ୟକ୍ରମର ପ୍ରଥମ ଦିନରେ ୨୩୦ ଜଣ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ଟିକା ପ୍ରଦାନ କରାଯାଇଥିଲା । ମଇ ୪ରୁ ୬ ତାରିଖ ପର୍ଯ୍ୟନ୍ତ ସକାଳ ୯ଟା ୩୦ ମିନିଟ୍ ରୁ ଅପରାହ୍ନ ୩ଟା ୩୦ ମିନିଟ୍ ପର୍ଯ୍ୟନ୍ତ ସାମ୍ବାଦିକଙ୍କୁ ଟିକାଦାନ କାର୍ଯ୍ୟକ୍ରମ ଚାଲୁ ରହିବ ।