ତ୍ରିପୁରା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଯଶୱନ୍ତ ସିଂଙ୍କ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମର ସୁପାରିସ
ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଯଶୱନ୍ତ ସିଂଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛି। ବୁଧବାର ଅନୁଷ୍ଠିତ କଲେଜିୟମ ବୈଠକରେ ଆଲୋଚନା ପରେ ଏ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।
ଜଷ୍ଟିସ ସିଂ ପୂର୍ବରୁ ପଞ୍ଜାବ ଓ ହରିଆଣା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟରତ ଥିଲେ। ଜଷ୍ଟିସ ସିଂ ୮ ଅକ୍ଟୋବର ୨୦୨୧ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଥିଲେ। ସୂଚନାଯୋଗ୍ୟ ଯେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ଜଷ୍ଟିସ ସିଂଙ୍କ ନାମକୁ ୨୮ ସେପ୍ଟେମ୍ବର, ୨୦୨୨ରେ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲା। ବୁଧବାର ଅନୁଷ୍ଠିତ କଲେଜିୟମ ବୈଠକରେ ପୂର୍ବ ସୁପାରସିକୁ ପରିବର୍ତ୍ତନ କରାଯାଇ ଜଷ୍ଟିସ ସିଂଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବାକୁ କେନ୍ଦ୍ରସରକାରଙ୍କୁ ସୁପାରିିସ କରାଯାଇଛି।