ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ବିବାଦୀୟ ବୟାନ ମାମଲାରେ ବିଜେପିର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଆସନ୍ତା ଅଗଷ୍ଟ ୧୦ ପର୍ଯ୍ୟନ୍ତ ତାଙ୍କୁ ଗିରଫ କିମ୍ବା ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେବା ଉପରେ ସ୍ଥଗିତାଦେଶ ଲଗାଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଗିରଫଦାରିରୁ ସୁରକ୍ଷା ଓ ସବୁ ଏଫଆଇଆରକୁ ଦିଲ୍ଲୀକୁ ଆଣିବାକୁ ସେ ଆବେଦନ କରିଥିଲେ । ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଜେବି ପାର୍ଦିୱାଲାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି । ନୂପୁରଙ୍କ ନାଁରେ ମାମଲା ରୁଜ୍ଜୁ ହୋଇଥିବା ରାଜ୍ୟଗୁଡ଼ିକୁ ମଧ୍ୟ ସୁପ୍ରିମକୋର୍ଟ ନୋଟିସ ଜାରି କରିଛନ୍ତି । ଅଗଷ୍ଟ ୧୦ରେ ଏହି ମାମଲାର ପରବର୍ତୀ ଶୁଣାଣି ହେବ । ଗତମାସରେ ନୂପୁର କରିଥିବା ଏକ ସମାନ ପ୍ରକାରର ଆବେଦନକୁ କୋର୍ଟ ଖାରଜ କରିଦେଇଥିଲେ ।