ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ବରାନ୍ବିତ : ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ବର: ରେଳ ପ୍ରକଳ୍ପ କାମ ତ୍ବରାନ୍ବିତ ପାଇଁ ଧନ୍ୟବାଦ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବହୁ ପ୍ରତୀକ୍ଷିତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ବରାନ୍ବିତ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟବାସୀଙ୍କ ପାଞ୍ଚ ଦଶନ୍ଧିର ଦାବିକୁ ପୂରଣ କରିବା ତଥା ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମକୁ ତ୍ବରାନ୍ବିତ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
କେନ୍ଦ୍ରମନ୍ତ୍ରୀ ପ୍ରଧାନ ଟ୍ଵିଟ୍ କରିଛନ୍ତି ଯେ ମୋଦି ସରକାରଙ୍କ ନେତୃତ୍ବରେ ଓଡ଼ିଶାରେ ରେଳ ଯୋଗାଯୋଗ ତଥା ସଂଯୋଗୀକରଣରେ ବିକାଶର କାମ ତ୍ବରାନ୍ବିତ ହୋଇଛି । ବହୁ ପ୍ରତୀକ୍ଷିତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ ସୁନାଖଣି ଓ ସମଲ ଷ୍ଟେସନ ମଧ୍ୟରେ ଥିବା ବାରୁଆଁ ପାହାଡ଼ର ୮୪୦ ମିଟର ଲମ୍ବ ସୁଡ଼ଙ୍ଗ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ୧, ୯୨୮ କୋଟି ଖର୍ଚ୍ଚରେ ୧୪୯.୭୮ କିମି ଏହି ରେଳ ଲାଇନ ପ୍ରକଳ୍ପ ଓଡ଼ିଶାର ଖଣି ଅଞ୍ଚଳରେ ରେଳ ସଂଯୋଗୀକରଣକୁ ସୁଦୃଢ଼ କରିବ ରାଉରକେଲା ଓ ତାଳଚେର ମଧ୍ୟରେ ଦୂରତା ହ୍ରାସ ହେବ ଏବଂ ତାଳଚେର ଓ ରାଜ୍ୟର ଅର୍ଥନୀତିକୁ ଗତି ଦେବ । ୧୬.୩୧ କିମିର ସୁନାଖଣି – ସମଲ ଓ ସମଲ ପରଦିନ ୨ଟି ବ୍ଲକ ସେକ୍ସନକୁ ୨୦୨୧ – ୨୨ରେ କାର୍ଯ୍ୟକ୍ଷମ କରିବା ପାଇଁ ମଧ୍ୟ ଲକ୍ଷ୍ୟ ରଖାଯାଇଛି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଓଡ଼ିଶାରେ ରେଳ କାର୍ଯ୍ୟର ବିକାଶକୁ ପ୍ରାଥମିକତା ଦିଆଯାଇଛି । ରାଜ୍ୟବାସୀଙ୍କ ପାଞ୍ଚ ଦଶନ୍ଧିର ଦାବୀକୁ ପୂରଣ କରିବା ଦିଗରେ ସମସ୍ତ ବାଧାବିଘ୍ନକୁ ହଟାଇବା ପାଇଁ ନିରନ୍ତର କାର୍ଯ୍ୟ କରାଯାଉଛି ବୋଲି ପ୍ରଧାନ ଟ୍ଵିଟ୍ କରିଛନ୍ତି ।