ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାବାସୀଙ୍କ ତରଫରୁ ଜଣାଇଲେ ଶୁଭେଚ୍ଛା
![](https://thetruths.in/wp-content/uploads/2022/07/CM-Naveen-Patnaik-Draupadi-Murmu.jpg)
ଭୁବନେଶ୍ୱର : ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ତାଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ତାଙ୍କ ସଫଳତା ପାଇଁ ଓଡ଼ିଶାର ଲୋକମାନେ ବହୁତ ଗର୍ବିତ ବୋଲି କହିଛନ୍ତି ।
ମୁଖ୍ୟମନ୍ତ୍ରୀ ମୁର୍ମୁଙ୍କୁ ଫୋନ୍ କରି ରାଷ୍ଟ୍ରପତି ନିର୍ବାଚନରେ ମହାବିଜୟ ପାଇଁ ସମଗ୍ର ଓଡ଼ିଶାବାସୀଙ୍କ ପକ୍ଷରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ତାଙ୍କ ସଫଳତା ପାଇଁ ଓଡିଶାବାସୀ ଗର୍ବିତ ବୋଲି କହିଛନ୍ତି ନବୀନ ପଟ୍ଟନାୟକ । ଏହାସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ଆସନ୍ତା ୨୫ରେ ସେ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯୋଗ ଦେବାକୁ ନିମନ୍ତ୍ରଣ ମିଳିଥିବା ବେଳେ ଏଥି ଲାଗି ସେ ଆସନ୍ତା ୨୩ ତାରିଖରେ ଦିଲ୍ଲୀ ଗସ୍ତ କରିବେ । ୪ ଦିନିଆ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି । ଏହାପରେ ୨୬ ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତନ କରିବେ । ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ବିଜେପି ଶାସିତ ମୁଖ୍ୟମନ୍ତ୍ରୀ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ ଏସ. ଜଗନମୋହନ ରେଡ୍ଡି ମଧ୍ୟ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି ।