ସମ୍ଭବ ମିଶ୍ରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଷ୍ଟ୍ରୀୟ ବାଲ୍ ପୁରସ୍କାର ପାଇଥିବା କଟକର ମେଧାବୀ ଛାତ୍ର ସମ୍ଭବ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – କଳା, ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ୨୦୨୩ ବର୍ଷ ଲାଗି ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ପାଇଥିବା କଟକର ମେଧାବୀ ଛାତ୍ର ସମ୍ଭବ ମିଶ୍ରଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।