ରାଜ୍ୟରେ କମୁଛି ସଂକ୍ରମଣ! ଦିନକରେ ଆଉ ୬୭୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ନିମ୍ନଗତି ଧାରା ଜାରି ରହିଛି । ଏହାସହ ଦୈନିକ ସଂକ୍ରମଣ ମାମଲା ମଧ୍ୟ ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୯୩ ଜଣ ଚିହ୍ନଟ ହୋଇଥିବାବେଳେ ୨୭୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିଭଳି ଏହି ସଂକ୍ରମିତଙ୍କ ମଧ୍ୟରୁ ୧୩୧ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସର ଶିଶୁ ଓ କିଶୋର । ଏହାକୁ ମିଶାଇ ରାଜ୍ୟର ମୋଟ କୋଭିଡ୍ ମାମଲା ୧୨,୮୧,୪୫୫କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୧୨,୬୪,୫୭୧ ଜଣ ସୁସ୍ଥ ହୋଇଥିବାବେଳେ ୭୮୫୫ ଜଣ ଚିକିତ୍ସାଧିନ ଅଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ଏହି ତଥ୍ୟ ପ୍ରଦାନ କରିଛି । ଏଭଳି ପରିସ୍ଥିତିରେ ଆଉ ଅଳ୍ପ କିଛି ଦିନ ମଧ୍ୟରେ ପରିସ୍ଥିତି ସ୍ୱାଭାବିକ ହେବ ବୋଲି ଆଶା କରାଯାଉଛି ।
ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୨ ଜଣ ଥିବାବେଳେ ବାଲେଶ୍ୱରରୁ ୧୨ ଜଣ, ବରଗଡ଼ରୁ ୧୬ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧ ଜିଲ୍ଲାରୁ ୧୬, କଟକରୁ ୩୧ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୨୭, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୧୨ ଜଣ, ଯାଜପୁରରୁ ୪୭ ଜଣ, ଝାରସୁଗୁଡ଼ାରୁ ୨୦ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୧୯ ଜଣ, କେଉଁଝରରୁ ୯ ଜଣ, ଖୋର୍ଦ୍ଧାରୁ ୧୦୩ ଜଣ, କୋରାପୁଟରୁ ୩୯ ଜଣ, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୧୮ ଜଣ, ନୂଆପଡ଼ାରୁ ୧୪ ଜଣ, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୨୮ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୦୫ ଜଣ ଓ ଷ୍ଟେଟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୧, ୪୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୬୪, ୫୭୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୮୫୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।