ରାଜ୍ୟରେ ଆସନ୍ତା ୨୭ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଟ୍ରଫ-ଲାଇନର ପ୍ରଭାବ ଏବଂ ଦକ୍ଷିଣ ବଙ୍ଗଳାଦେଶ ତଥା ତାର ସଂଲଗ୍ନ ଉତର-ପୂର୍ବ ବଙ୍ଗୋପସାଗର ଅଂଚଳରେ ସମୁଦ୍ରପତଥାନ ଠାରୁ ୨.୧ ରୁ ୭.୬ କିମି ଯାଏଁ ବ୍ୟାପିଥିବା ଘୁର୍ଣ୍ଣି ବଳୟ ପ୍ରଭାବରେ ଆଜି ଉପକୂଳ ଓଡ଼ିଶାର ଜିଲ୍ଲାଗୁଡିକରେ ମୌସୁମୀ ଜନିତ ବର୍ଷା ଲାଗିରହିଛି । ବିଶେଷ କରି ଉତର ଓଡିଶା ଜିଲ୍ଲା ଏବଂ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଗାମୀ ୨୭ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହିତ ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ,ସକାଳ ମଧ୍ୟରେ ଝାରସୁଗୁଡା, ସମ୍ବଲପୁର ବରଗଡ, ସୁନ୍ଦରଗଡ ଓ ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ବ୍ୟତୀତ ବାଲେଶ୍ୱର , ଭଦ୍ରକ, ଯାଜପୁର ,କେନ୍ଦ୍ରାପଡା, କଟକ , ଜଗତସିଂହପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଥିସହ୨୭ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି ।