ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳ ରହିଛି।
ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏଥିସହିତ ୨୦ରୁ ୨୩ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଛି।