୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଓ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୪ଦିନ କାଳବୈଶାଖୀ ଓ ବର୍ଷା ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଫଳରେ ଏନେଇ ଉକ୍ତ ଜିଲାଗୁଡ଼ିକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି,ଗଞ୍ଜାମ, କନ୍ଧମାଳ ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଛି। ତେବେ ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅନେକ ଜିଲାରେ ବର୍ଷା, କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏଥିପାଇଁ ଅନେକ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟର ଟିଟିଲାଗଡ଼ରେ ୪୨ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୨୩ଡିଗ୍ରି ସର୍ବନିମ୍ନ ତାପମାତ୍ରା ରହିଛି।