୧୩ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ପବନ ସହ ବଜ୍ରପାତ ର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ସୂଚନା ମୁତାବକ ଶୁକ୍ରବାର ବିଳମ୍ବିତ ସନ୍ଧ୍ୟାଠାରୁ ଶନିବାର ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କୋରାପୁଟ, ଗଜପତି ଓ ରାୟଗଡା ଜିଲ୍ଲାର ଗାଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ପବନର ବେଗ ୪୦-୫୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ରାଜ୍ୟର କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଅନୁଗୁଳ, ବୌଦ୍ଧ, ସୁନ୍ଦରଗଡ, ମାଲକାନଗିରି, କନ୍ଧମାଳ , କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଥିସହ ୧୦ ତାରିଖ ସକାଳରୁ ୧୧ ତାରିଖ ସକାଳ ମଧ୍ୟରେ ଗଜପତି, ଗଂଜାମ, କନ୍ଧମାଳ , ମାଲକାନଗିରି, କୋରାପୁଟ, ନୟାଗଡ, କଟକ , ଢେଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୧ ତାରିଖ ସକାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି , କନ୍ଧମାଳ , .ନୂଆପଡା, ବଲାଙ୍ଗୀର, ରାୟଗଡା, ସୁବର୍ଣ୍ଣର୍ପୁର, ସମ୍ବଲପୁର, କେନ୍ଦୁଝର, ମୟୁରଭଂଜ ଓ ଦେବଗଡ ଏବଂ ୧୨ ତାରିଖ ଠାରୁ ୧୩ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଂଜାମ , କନ୍ଧମାଳ, ନୟାଗଡ, କଟକ, ଅନୁଗୁଳ, ଢେଙ୍କାନାଳ ଓ ମୟୁରଭଂଜ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।