ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା!

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଳାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଆଶଙ୍କା କରାଯାଉଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି ପୂର୍ବାନୁମାନ ହୋଇଛି।
ଏହି ଦୁଇ ଜିଲା ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ଗଜପତି, କନ୍ଧମାଳ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିଲୋମିଟର ରହିବାକୁ ଥିବା ବେଳେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।