ଭୁୁବନେଶ୍ୱର : ୧୪୩ ପଜିଟିଭ୍ ଓ ୧୫୯ ସୁସ୍ଥ
ଭୁୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଂଚଳରୁ ରବିବାର ଦିନ ଆଉ ୧୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୪୦ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୧୦୩ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୧୫୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ଲୋକାଲ ମାମଲା ମଧ୍ୟରୁ ଖଣ୍ଡଗିରିରୁ ସର୍ବାଧିକ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାପଲ୍ଲୀ ରୁ ୭ ଜଣ , ପଟିଆରୁ ୬ ଜଣ, ବଡଗଡରୁ ୫ ଜଣ, ଓଲ୍ଡ ଟାଉନ୍ , ଡୁମଡୁମା ଓ ଶୈଳଶ୍ରୀବିହାରରୁ ୪ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ବିଏମସିର ସୂଚନା ଅନୁଯାୟୀ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୯୧୩ କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥଙ୍କ ସଂଖ୍ୟା ୧୦୩୮୯୧ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଏବେ ୨୯୯୭ ଜଣ ସକ୍ରିୟ ଆକ୍ରାନ୍ତଙ୍କର ଚିକିତ୍ସା ଜାରି ଥିବା ବେଳେ ମୃତକଙ୍କ ସଂଖ୍ୟା ୧୦୦୪ କୁ ବୃଦ୍ଧି ପାଇଛି ।