ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୮୬୬୫ ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ସଂକ୍ରମଣର ଦ୍ଵିତୀୟ ଲହର। ଗତ କିଛି ଦିନ ହେବ ଦୈନିକ ୧୦ ହଜାରରୁ ଉର୍ଦ୍ଧ୍ଵ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିପରି ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗୁରୁବାର ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୬୬୫ ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥ ରୋଗୀଙ୍କ ସଂଖ୍ୟା ୪, ୮୨,୩୪୫କୁ ବୃଦ୍ଧି ଘଟିଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ।
ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୬୨୮, ଅନୁଗୋଳରୁ ୫୨୮, ଝାରୁସୁଗୁଡାରୁ ୪୫୮, କଟକରୁ ୪୪୪, ପୁରୀରୁ ୪୩୪, ନୂଆପଡାରୁ ୪୦୪, ସମ୍ବଲପୁରରୁ ୩୮୧, ବରଗଡରୁ ୩୬୩, ବଲାଙ୍ଗୀରରୁ ୩୨୪, ନବରଙ୍ଗପୁରରୁ ୩୧୮, ବାଲେଶ୍ଵରରୁ ୩୦୧, ଗଞ୍ଜାମରୁ ୨୯୦, ଯାଜପୁରରୁ ୨୭୪, ମୟୂରଭଞ୍ଜରୁ ୨୪୩, କଳାହାଣ୍ଡିରୁ ୨୩୫, ନୟାଗଡ଼ରୁ ୨୦୬ , ବୌଦ୍ଧରୁ ୧୯୯, ଜଗତସିଂହପୁରରୁ ୧୭୨, କେନ୍ଦୁଝରରୁ ୧୬୭, ସୁବର୍ଣ୍ଣପୁରରୁ ୧୪୦, ରାୟଗଡ଼ାରୁ ୧୩୨, କେନ୍ଦ୍ରାପଡ଼ାରୁ ୧୨୦, କୋରାପୁଟରୁ ୧୧୯, ଗଜପତିରୁ ୧୦୯, ମାଲକାନଗିରିରୁ ୭୨, ଦେବଗଡ଼ରୁ ୬୭, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭, କନ୍ଧମାଳରୁ ୪୩ ଓ ରାଜ୍ୟ ପୁଲରୁ ୨୩୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।