ରାଜ୍ୟରେ କରୋନା ସଂକ୍ରମିତ ଆଉ ୪୩ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ୩ହଜାର ୩୧୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ବରଗଡ଼, ନୟାଗଡ଼, ପୁରୀ ୫ ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲାରୁ ୪ଜଣ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କଟକ ଜିଲାରୁ ୩ ଜଣ ରହିଛନ୍ତି । ସେହିପରି ଢେଙ୍କାନାଳ ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କେନ୍ଦୁଝର , ମୟୁରଭଞ୍ଜ, ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୩ହଜାର ୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୦୩,୭୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୬୭,୪୦୨ ଜଣ ସୁସ୍ଥ ହୋଇଥିବା ବେଳେ ୩୨,୪୦୪ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୩,୯୩୦ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।