ବିଗୁଡ଼ିଛି ରାଜ୍ୟର ସ୍ଥିତି : ୪୪୪୫ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଲଗାତର ଦୈନିକ ସଂକ୍ରମିତଙ୍କ ସଖ୍ୟା ବୃଦ୍ଧି ପାଉଛି । ଏହାରି ମଧ୍ୟରେ ସୋମବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୪୪୪୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୮୭୧ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୭୨ହଜାର ୭୦୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮୭ଜଣ ଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୧୨୩ଜଣ, ବରଗଡ଼ ଜିଲ୍ଲାରୁ ୧୭୮ଜଣ, ଭଦ୍ରକ ଜିଲ୍ଲାରୁ ୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬୮ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୨୫୧ଜଣ, ଦେଓଗଡ଼ ଜିଲ୍ଲାରୁ ୩୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୦ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲରାୁ ୬୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩ଜଣ, ଯାଜପୁର ଜିଲ୍ଲାରୁ ୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭୩ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୫ଜଣ, କେନ୍ଦୁଝର ଜିଲ୍ଲାରୁ ୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୨୧ଜଣ, ମାଲକାନଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୭ଜଣ, ନୟାଗଡ଼ ଜିଲ୍ଲାରୁ ୫୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୩୭ଜଣ, ପୁରୀ ଜିଲ୍ଲାରୁ ୨୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୪୧ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୨ଜଣ ଏବଂ ରାଜ୍ୟ ପୁଲ୍ରୁ ୧୨୫ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୩,୭୨,୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩,୪୬,୧୩୪ଜଣ ସୁସ୍ଥ ହୋଇଥିବା ବେଳେ ୨୪,୫୬୮ ଜଣ ସକ୍ରିୟ ମାମଲା ରହିଛି ।