ଦେଶରେ ଆଉ ୨୭,୧୭୬ କରୋନା ସଂକ୍ରମିତ ଚିହ୍ନଟ ଓ ୨୮୪ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ମୃତ୍ୟୁ ସଂଖ୍ୟା ୩ ଶହରୁ କମ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି । ଦୈନିକ ସଂକ୍ରମଣ ହାର ୧.୭୮% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୭% ରହିଛି। ଏଥିସହିତ କରୋନାରୁ ଆରୋଗ୍ୟ ହାର ୯୭.୫୮% ରହିଛି। ଇତିମଧ୍ୟରେ ଦେଶରେ ୩,୨୪,୮୪,୧୫୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି।
ବୁଧବାର ଗତ ୨୪ଘଣ୍ଟାରେ ୨୭ହଜାର ୧୭୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୮ହଜାର ୦୧୨ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୩ଲକ୍ଷ ୧୬ହଜାର ୭୫୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୩ହଜାର ୪୯୭ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୫ଲକ୍ଷ ୨୨ହଜାର ୧୭୧ ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୫୧ହଜାର ୦୮୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୫,୮୯,୧୨,୨୭୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୧,୧୫,୬୯୦ ଡୋଜ୍ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୧୪ ତାରିଖ ସୁଦ୍ଧା ସମୁଦାୟ ୫୪,୬୦,୫୫,୭୯୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ।