ଦେଶରେ ଆଉ ୧୪,୧୪୬ କରୋନା ସଂକ୍ରମିତ ଚିହ୍ନଟ ଓ ୧୪୪ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୧୫୦ରୁ କମ୍ ରହିଛି।
ରବିବାର ଗତ ୨୪ଘଣ୍ଟାରେ ୧୪ହଜାର ୧୪୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪୪ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୯ହଜାର ୭୮୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୦ଲକ୍ଷ ୬୭ହଜାର ୭୧୯କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୨ହଜାର ୧୨୪ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୪ଲକ୍ଷ ୧୯ହଜାର ୭୪୯ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୯୫ହଜାର ୮୪୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୭,୬୫,୮୯,୫୪୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୧,୨୦,୭୭୨ ଟିକା।