ଦେଶରେ ଆଉ ୭,୭୭୪ କରୋନା ସଂକ୍ରମିତ ଚିହ୍ନଟ ଓ ୩୦୬ ମୃତ
ନୂଆଦିଲ୍ଲୀ : ଦେଶରେ ଲଗାତର କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ରବିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୭୭୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦୬ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୪୬୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୯୯୬ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଶନିବାର ୩,୭୯୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୯୦ ହଜାର ୮୨୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୫୦ ଓ ପୁରୁଣା ରେକର୍ଡ ଅନୁଯାୟୀ ୧୯୫ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୨,୮୨୪ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୩୦୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୧,୮,୭୬୪ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୩୮,୫୮୩ କୋରୋନାର ସକ୍ରିୟ ମାମଲା ରହିଛି । ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୬ ଲକ୍ଷ ୯୦ ହଜାର ୫୧୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୧ ଲକ୍ଷ ୨୨ ହଜାର ୭୯୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୯୨ ହଜାର ୨୮୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୫ ହଜାର ୪୩୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଡିସେମ୍ୱର ୧୧ ପର୍ଯ୍ୟନ୍ତ ସାରା ଦେଶରେ ୧୩୨ କୋଟି ୯୩ ଲକ୍ଷ ୮୪ ହଜାର ୨୩୦ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୯ ଲକ୍ଷ ୫୬ ହଜାର ୭୮୪ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୫ କୋଟି ୫୮ ଲକ୍ଷ ୧୬ ହଜାର ୭୫୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୮୯ ହଜାର ୪୫୯ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।