ଦେଶରେ ଆଉ ୭,୧୪୫ କରୋନା ସଂକ୍ରମିତ ଚିହ୍ନଟ ଓ ୨୮୯ ମୃତ
ନୂଆଦିଲ୍ଲୀ : ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ଶନିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୧୪୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮୯ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୭୦୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧,୮୫୦ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଶନିବାର ୩,୪୭୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୨ ଲକ୍ଷ ୭ ହଜାର ୮୯୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୨୨ ଜଣ ଓ ପୁରୁଣା ରେକର୍ଡ ଅନୁସାରେ ୨୨୧ ସଂକ୍ରମି ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୪,୧୮୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୯୬୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୧,୩୪,୦୧୦ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୩୨,୪୩୩ କୋରୋନାର ସକ୍ରିୟ ମାମଲା ରହିଛି ।