ଦେଶରେ ଆଉ ୬,୩୫୮ କରୋନା ସଂକ୍ରମିତ ଚିହ୍ନଟ ଓ ୨୯୩ ମୃତ
ନୂଆଦିଲ୍ଲୀ : ଦେଶରେ କୋରୋନା ମାମଲାରେ କ୍ରମାଗତ ହ୍ରାସ ରେକର୍ଡ କରାଯାଉଛି । ସେପଟେ ଦେଶରେ ଲଗାତର ଓମିକ୍ରନର ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାର ୩୫୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯୩ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୪୫୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୩୮୫ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୧,୬୩୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୨ ଲକ୍ଷ ୩୬ ହଜାର ୭୫୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ଓ ପୁରୁଣା ରେକର୍ଡ ଅନୁଯାୟୀ ୨୩୬ ସଂକ୍ରମିତ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୬,୮୨୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୬୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୧,୬୮,୦୨୮ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୨୧,୨୨୪ କୋରୋନାର ସକ୍ରିୟ ମାମଲା ରହିଛି । ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୭ ଲକ୍ଷ ୬୭ ହଜାର ୩୦୦ ସଂକ୍ରମିତ ଚିହ୍ନଟ ହୋଇସାରିଛି । ସେହିପରି ୩ କୋଟି ୪୨ ଲକ୍ଷ ୪୩ ହଜାର ୯୪୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୭୫ ହଜାର ୪୫୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୮୦ ହଜାର ୨୯୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଡିସେମ୍ୱର ୨୭ ପର୍ଯ୍ୟନ୍ତ ସାରା ଦେଶରେ ୧୪୨ କୋଟି ୪୬ ଲକ୍ଷ ୮୧ ହଜାର ୭୩୬ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୨ ଲକ୍ଷ ୮୭ ହଜାର ୫୪୭ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୭ କୋଟି ୪୦ ଲକ୍ଷ ୭୮ ହଜାର ୫୩୧ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଲକ୍ଷ ୩୫ ହଜାର ୪୯୫ କୋରୋନା ନମୁନା ପରୀକ୍ଷା କରାଯାଇଛି ।