ଦେଶରେ କମୁଛି କରୋନା : ଆଉ ୧,୬୫,୫୫୩ ସଂକ୍ରମିତ ଓ ୩,୪୬୦ ମୃତ

ନୂଆଦିଲ୍ଲୀ : ଦେଶରେ ସାଂଘାତିକ ହେଉଛି କରୋନା ସ୍ଥିତି । ଦୈନିକ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଦିନକୁ ଦିନ ଅଧିକରୁ ଅଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି । କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି। ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି।
ସେହିପରି ଦେଶବ୍ୟାପୀ ତାଲାବନ୍ଦ ସହିତ କୋଭିଡ କଟକଣା ପାଳନ, ତାହାସହିତ ନମୁନା ପରୀକ୍ଷା ବୃଦ୍ଧି, ଟିକାକରଣ ଆଦିରୁ ସୁଫଳ ମିଳିବା ଆରମ୍ଭ ହୋଇଛି। ରବିବାର ଗତ ୨୪ଘଣ୍ଟାରେ ୧ଲକ୍ଷ ୬୫ହଜାର ୫୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ହଜାର ୪୬୦ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୨ଲକ୍ଷ ୭୬ହଜାର ୩୦୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୭୮ଲକ୍ଷ ୯୪ହଜାର ୮୦୦କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୨୫ହଜାର ୯୭୨ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୫୧ଲକ୍ଷ ୭୮ହଜାର ୦୧୧ଜଣ ସୁସ୍ଥ ହୋଇଥିବା ବେଳେ ୨୧ଲକ୍ଷ ୧୪ହଜାର ୫୦୮ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।