ଦେଶରେ ଖସୁଛି କରୋନା ସଂକ୍ରମଣ : ଆଉ ୧,୦୦,୬୩୬ ସଂକ୍ରମିତ ଓ ୨,୪୨୭ ମୃତ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି। ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୧ ଲକ୍ଷରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ଅଢ଼େଇ ହଜାର ତଳକୁ ରହିଛି। ଗତ ୨ ମାସ ମଧ୍ୟରେ ଆଜି ସର୍ବନିମ୍ନ ଦୈନିକ ସଂକ୍ରମଣ ରିପୋର୍ଟ ହୋଇଛି।
ସୋମବାର ଗତ ୨୪ଘଣ୍ଟାରେ ୧ଲକ୍ଷ ୬୩୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ହଜାର ୪୨୭ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧ଲକ୍ଷ ୭୪ହଜାର ୩୯୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୮୯ଲକ୍ଷ ୦୯ହଜାର ୯୭୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୪୯ହଜାର ୧୮୬ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୭୧ଲକ୍ଷ ୫୯ହଜାର ୧୮୦ଜଣ ସୁସ୍ଥ ହୋଇଥିବା ବେଳେ ୧୪ଲକ୍ଷ ୦୧ହଜାର ୬୦୯ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।