ଦେଶରେ ଆଉ ୯୨,୫୯୬ କରୋନା ସଂକ୍ରମିତ ଚିହ୍ନଟ ଓ ୨,୨୧୯ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି। ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି।
ବୁଧବାର ଗତ ୨୪ଘଣ୍ଟାରେ ୯୨ହଜାର ୫୯୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ହଜାର ୨୧୯ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧ଲକ୍ଷ ୬୨ହଜାର ୬୬୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୯୦ଲକ୍ଷ ୮୯ହଜାର ୦୬୯କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ଲକ୍ଷ ୫୩ହଜାର ୫୨୮ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୭୫ଲକ୍ଷ ୦୪ହଜାର ୧୨୬ଜଣ ସୁସ୍ଥ ହୋଇଥିବା ବେଳେ ୧୨ଲକ୍ଷ ୩୧ହଜାର ୪୧୫ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।