ଦେଶରେ ଆଉ ୪୧,୫୦୬ କରୋନା ସଂକ୍ରମିତ ଚିହ୍ନଟ ଓ ୮୯୫ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ମାତ୍ର ଗତ କିଛି ଦିନ ହେବ ପ୍ରତିଦିନ ୪୦ ହଜାରରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହେଉଛନ୍ତି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୧ହଜାର ତଳେ ରହିଛି । ଦେଶରେ କରୋନାର ମୃତ୍ୟୁ ହାର ୧.୩୨% ଥିବାବେଳେ ଆରୋଗ୍ୟ ହାର ୯୭% ରୁ ଅଧିକ ରହିଛି । ସେହିପରି ସକ୍ରିୟ ମାମଲା ୧.୫% ରୁ କମ୍ ରହିଥିଵାଵବେଳେ କରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଚତୁର୍ଥ ସ୍ଥାନରେ ରହିଛି।
ଶନିବାର ଗତ ୨୪ଘଣ୍ଟାରେ ୪୨ହଜାର ୭୬୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧ହଜାର ୨୦୬ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୪୧ହଜାର ୫୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୮ଲକ୍ଷ ୩୭ହଜାର ୨୨୨କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୮ହଜାର ୪୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୨କୋଟି ୯୯ଲକ୍ଷ ୭୫ହଜାର ୬୪ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୫୪ହଜାର ୧୧୮ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।