ଦେଶରେ ଆଉ ୪୨,୦୧୫ କରୋନା ସଂକ୍ରମିତ ଚିହ୍ନଟ ଓ ୩,୯୯୮ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୪ହଜାର ପାର କରିଛି । ଦୈନିକ ସଂକ୍ରମଣ ହାର ୨.୨୭% ଏବଂ ସାପ୍ତାହିକ ହାର ୨.୦୯% ରହିଥିବା ଜଣାଯାଇଛି। ଦେଶରେ ଏପର୍ଯ୍ୟନ୍ତ ମୋଟ ୪୪.୯୧ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ଏଥିସହିତ ଗତ ମଙ୍ଗଳବାର ସଂଧ୍ୟା ସୁଦ୍ଧା ୪୧.୫୪ ପାନ ଟିକା ଦିଆଯାଇ ସାରିଛି ।
ବୁଧବାର ଗତ ୨୪ଘଣ୍ଟାରେ ୪୨ହଜାର ୦୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ହଜାର ୯୯୮ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୬ହଜାର ୯୭୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୧୨ଲକ୍ଷ ୧୬ହଜାର ୩୩୭କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୧୮ହଜାର ୪୮୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩ଲକ୍ଷ ୯୦ହଜାର ୬୮୭ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୦୭ହଜାର ୧୭୦ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।