ଦେଶରେ ଆଉ ୩୬,୫୭୧ କରୋନା ସଂକ୍ରମିତ ଚିହ୍ନଟ ଓ ୫୪୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ ଟପିଛି । ଦେଶରେ କୋରୋନା ଆରୋଗ୍ୟ ହାର ମଧ୍ୟ ୯୭.୫୪%କୁ ବୃଦ୍ଧି ପାଇଛି । ଦେଶରେ ଦୈନିକ ସଂକ୍ରମଣ ହାର ୧.୯୪ % ଏବଂ ସାପ୍ତାହିକ ସଂକ୍ରମଣ ହାର ୧.୯୩% ରହିଛି । ଦେଶରେ ମୋଟ ୫୦.୨୬ କୋଟି ନମୁନା ପରୀକ୍ଷା କରାଯାଇଛି ଏବଂ ଏ ପର୍ଯ୍ୟନ୍ତ ୫୭.୭୨ କୋଟି ପାନ ଟିକା ଦିଆଯାଇଛି।
ଶୁକ୍ରବାର ଗତ ୨୪ଘଣ୍ଟାରେ ୩୬ହଜାର ୫୭୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୪୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୬ହଜାର ୫୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୬୩ଲକ୍ଷ ୬୦୫ କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୩ହଜାର ୫୮୯ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୫ଲକ୍ଷ ୬୧ହଜାର ୬୩୫ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୬୩ ହଜାର ୬୦୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସେହିପରି ସମଗ୍ର ଦେଶରେ ସକ୍ରିୟ ମାମଲାଗୁଡ଼ିକରେ କ୍ରମାଗତ ହ୍ରାସ ଘଟିଛି ।