ଦେଶରେ ଆଉ ୪୫,୦୮୩ କରୋନା ସଂକ୍ରମିତ ଚିହ୍ନଟ ଓ ୪୬୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଥିବା ବେଳେ ଆଜି ପୁଣି ଏହା ପରି କରିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଶହରୁ ଅଧିକ ରହିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୩,୦୯,୧୭,୯୨୭ ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତକାଲି ୭୩,୮୫,୮୬୬ଜଣଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୮ ତାରିଖ ସୁଦ୍ଧା ସମୁଦାୟ ୫୧,୮୬,୪୨,୯୨୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୫୫,୩୨୭ଟି ନମୁନା।
COVID19 | India reports 45,083 new cases, 460 deaths and 35,840 recoveries in the last 24 hours; active caseload 3,68,558
— ANI (@ANI) August 29, 2021
Recovery Rate currently at 97.53% pic.twitter.com/4rPH44bS1f
ରବିବାର ଗତ ୨୪ଘଣ୍ଟାରେ ୪୫ ହଜାର ୦୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୫ହଜାର ୮୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୬ଲକ୍ଷ ୯୫ହଜାର ୩୦କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୭ହଜାର ୮୩୦ ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୮ ଲକ୍ଷ ୫୨ହଜାର ୮୦୨ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୬୮ହଜାର ୫୫୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।