ରାଜ୍ୟରେ ବଢ଼ିଲା କରୋନା ମୃତ୍ୟୁ ସଂଖ୍ୟା, ଆଉ ୩ ମୃତ
ଭୁବନେଶ୍ୱର : ରଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ଗତ ୨୪ ଘଂଟା ମଧ୍ୟରେ ୨୨୬୭ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଯାଜପୁର, ଗଞ୍ଜାମ ଓ ବଲାଙ୍ଗୀର ଜିଲ୍ଲାର ଜଣେ ଲେଖାଏଁ ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୩,୫୫,୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୨,୨୪୪ ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩,୪୧,୧୨୩ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୯୩୩ ଜଣଙ୍କର ମୃତ୍ୟୁ ହୋଇଥିବା ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।