ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ମୃତ
![](https://thetruths.in/wp-content/uploads/2021/09/Odisha-Corona-Death-19.jpeg)
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି । ଗୁରୁବାର ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର,ଖୋର୍ଦ୍ଧା,ନବରଙ୍ଗପୁର, ପୁରୀ, ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୮ହଜାର ୧୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୨୨,୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୮,୬୭୧ ଜଣ ସୁସ୍ଥ ହୋଇଥିବା ବେଳେ ୫,୭୧୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୮,୧୫୭ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।