ରାଜ୍ୟରେ କମୁନି କୋଭିଡ୍ ମୃତ୍ୟୁ, ଆଉ ୨୧ ସଂକ୍ରମିତ ମୃତ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା କମ୍ ହେଉନାହିଁ । ବିଗତ କିଛି ଦିନ ହେଲା ଦୈନିକ ମୃତ୍ୟୁ ସଂଖ୍ୟା ୨୦ ଉପରେ ରହୁଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୧ ଜଣଙ୍କ ପ୍ରାଣ ନେଇଛି କରୋନା ଭୂତାଣୁ । ଫଳରେ ରାଜ୍ୟର କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୮୮୧୮କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ଏହି ସୂଚନା ପ୍ରଦାନ କରିଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ୧୨ଜଣ ରହିଥିବା ବେଳେ ଭଦ୍ରକ, ଖୋର୍ଦ୍ଧା, ଗଞ୍ଜାମ ଜିଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି କନ୍ଧମାଳ, ବାଲେଶ୍ୱର, ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୩୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୪୮୧୫୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୨୨୫୬୦୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।