ରାଜ୍ୟରେ କରୋନା ସଂକ୍ରମିତ ଆଉ ୩ ମୃତ

ଭୁବନେଶ୍ୱର : ରଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଶୁକ୍ରବାର ଗତ ୨୪ ଘଂଟା ମଧ୍ୟରେ ୩୧୦୮ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଭଦ୍ରକ, ଗଜପତି ଓ ସମ୍ବଲପୁରରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୩,୬୧,୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୬,୮୮୯ ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩,୪୨,୫୭୦ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୯୩୮ ଜଣଙ୍କର ମୃତ୍ୟୁ ହୋଇଥିବା ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।