ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୭ ମୃତ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ଗତ ୨୪ ଘଂଟା ମଧ୍ୟରେ ୧୦,୯୮୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ଵରରୁ ଜଣେ, ବୌଦ୍ଧରୁ ଜଣେ, ଭୁବନେଶ୍ଵରରୁ ୨ଜଣ , ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ଜଣେ, କଳାହାଣ୍ଡିରୁ ୨ଜଣ, ଖୋର୍ଦ୍ଧାରୁ ଜଣେ, ନୂଆପଡାରୁ ୨ଜଣ, ପୁରୀରୁ ଜଣେ ଏବଂ ସୁନ୍ଦରଗଡରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୨୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୫,୬୫,୬୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪,୬୫,୧୩୩ଜଣ ସୁସ୍ଥ ହୋଇଥିବା ବେଳେ ୯୮,୨୩୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୨୩୨ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।