ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୨ ମୃତ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଶୁକ୍ରବାର ଗତ ୨୪ ଘଂଟା ମଧ୍ୟରେ ୧୨ହଜାର ୩୯୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ. ଅନୁଗୋଳରୁ ୩ଜଣ, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ବୌଦ୍ଧ, କଟକ, ଦେବଗଡ, ଗଜପତି, ଗଞ୍ଜାମ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୫,୮୮,୬୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪,୮୨,୩୪୫ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୦୪ହଜାର ୦୧୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୨୭୩ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।