ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୧ ମୃତ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଶନିବାର ଗତ ୨୪ ଘଂଟା ମଧ୍ୟରେ ୧୧ହଜାର ୮୦୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୪ଜଣ, ଅନୁଗୁଳରୁ ୩ଜଣ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବୌଦ୍ଧ, ଗଜପତି, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୨୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୬,୦୦,୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪,୯୧,୬୭୪ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୦୬ହଜାର ୪୭୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୨୯୪ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।