ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୯ ମୃତ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରବିବାର ଗତ ୨୪ ଘଂଟା ମଧ୍ୟରେ ୧୧ହଜାର ୭୩୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୩୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୬,୧୨,୨୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫,୦୨,୪୫୫ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୦୭ହଜାର ୪୦୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୩୧୩ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।