ରାଜ୍ୟରେ କରୋନା ସଂକ୍ରମିତ ଆଉ ୨୮ ମୃତ
![](https://thetruths.in/wp-content/uploads/2021/05/Odisha-Corona-Death-16.jpeg)
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରବିବାର ଗତ ୨୪ ଘଂଟା ମଧ୍ୟରେ ୧୨ହଜାର ୮୫୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ଜଣ ଥିବାବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, କେନ୍ଦ୍ରାପଡ଼ା ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର, ପୁରୀ, ରାୟଗଡ଼ା ଜିଲାରୁ ୨ଜଣ ଲେଖାଏଁ ଏବଂ ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୪୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୬,୯୨,୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫,୭୭,୯୮୩ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୧୧ହଜାର ୮୬୨ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୪୮୪ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।