ରାଜ୍ୟରେ କରୋନା ସଂକ୍ରମିତ ଆଉ ୩୩ ମୃତ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରବିବାର ଗତ ୨୪ ଘଂଟା ମଧ୍ୟରେ ୯ହଜାର ୫୪୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୩୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ୫ ଜଣ ଥିବାବେଳେ ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ ଜିଲାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି କଟକ, ଦେବଗଡ, ଗଜପତି, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ଥିବାବେଳେ ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡା ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୭,୫୬,୬୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬,୫୮,୬୪୬ଜଣ ସୁସ୍ଥ ହୋଇଥିବା ବେଳେ ୯୫,୨୬୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୭୧୯ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।